Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି

Odisha

ଆଜି ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି

Swoyang prajna Mishra
Browse all articles by Swoyang prajna Mishra
·1 year ago
ଆଜି ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି

ଅର୍ଗସ ବ୍ୟୁରୋ :  ଆଜି ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି । ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳ ସଦସ୍ୟ, ବରିଷ୍ଠ ଅଧିକାରୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।


ଗତକାଲି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ନୂଆ ରାଜ୍ୟପାଳ । ସିଂହଦ୍ଵାରରେ ପହଞ୍ଚିବା ପରେ ମହାମହିମଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଭୁବନେଶ୍ବର ବିମାନବନ୍ଦରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍ ମଧ୍ୟ ଦିଆଯାଇଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Haribabu Kambhapati will take oath as the 27th Governor of Odisha today | Argus News