Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନିଜକୁ ଇଡି କହି ଶହ ଶହ ଲୋକଙ୍କ ଠୁ ଠକି ନେଲେ ଟଙ୍କା  

Manini Pattanayak
Browse all articles by Manini Pattanayak
·2 years ago·1 min read
ନିଜକୁ ଇଡି କହି ଶହ ଶହ ଲୋକଙ୍କ ଠୁ ଠକି ନେଲେ ଟଙ୍କା  

ଭୁବନେଶ୍ୱର: ନିଜକୁ ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀ କହି ଶହ ଶହ ଲୋକଙ୍କ ଠାରୁ ଚୁନା ଲଗାଇଥିବା ୨ ଠକଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ର ସ୍ପେଶାଲ ଟାସ୍କଫୋର୍ସ । ୨ ଅଭିଯୁକ୍ତ ହେଉଛନ୍ତି ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର। ଅଭିଯୋଗ ମୁତାବକ ଏହି ଦୁଇ ଭାଇ ନିଜକୁ ଇଡି ଅଫିସର କହି ୩ ଶହ ସରକାରୀ ଅଧିକାରୀଙ୍କ ଠାରୁ ଠକେଇ କରିଛନ୍ତି । ଛତ୍ରପୁର ଉପଜିଲ୍ଲାପାଳ ତଥା SDM ଦେବଦତ୍ତ ମହନ୍ତଙ୍କ ଅଭିଯୋଗକ୍ରମେ ତଦନ୍ତ କରିଥିଲା STF ।

ତାରିନିସେନ ଜଣେ ବି.କମ  ଗ୍ରାଜୁଏଟ ଓ ବ୍ରହ୍ମଶଙ୍କର ବିସିଏ ପାସ କରିଛନ୍ତି। ରୟାଲ ଲାଇଫ ବଞ୍ଚିବା ପାଇଁ ସେମାନେ ଏଭଳି ଠକେଇ କରିଥିଲେ । ଝାଡ଼ଖଣ୍ଡ ରାଞ୍ଚିରେ ସେ ଭଡାଘରେ ରହୁଥିଲେ । ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ NGO ମଧ୍ୟ ଚଳାଉଥିଲେ । ଇଡି ରେଡ଼ ସମ୍ପର୍କିତ ସୂଚନା ପାଇବା ପରେ ସେ ନିଜକୁ ଇଡି ଅଫିସର କହୁଥିଲେ। କୌଣସି କେସ୍ ର ବୁଝାମଣା ପାଇଁ ଟଙ୍କା ଦେବାକୁ ଧମକାଉଥିଲେ । ତାଙ୍କ ଫୋନ ପେ ଯୋଗେ ୧୬ ଲକ୍ଷରୁ ଉର୍ଦ୍ଧ ଟଙ୍କା ଟ୍ରାଞ୍ଜାକସନ ହୋଇଥିବା ଜାଣିବାକୁ ପାଇଛି ପୋଲିସ। ଟଙ୍କା ନେବା ପରେ ମିଛ କ୍ଲିଅରାନ୍ସ ରିପୋର୍ଟ ମଧ୍ୟ ଦେଉଥିଲେ।  ସେମାନଙ୍କ ଠାରୁ ଡେସ୍କଟପ, ମୋବାଇଲ , ବ୍ୟାଙ୍କ ପାସବୁକ, ମିଛ ପରିଚୟ ପତ୍ର , ୧୭ ଟି ଏଟିଏମ କାର୍ଡ ଜବତ କରାଯାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
He cheated hundreds of people by calling himself ED | Argus News