ଚାଷ କାମ କରୁଥିବାବେଳେ ବଜ୍ରପାତ ନେଲା ଜୀବନ
·1 year ago

ଅର୍ଗସ ବ୍ୟୁରୋ: ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଆଗରପଡ଼ା ଥାନା ଭାଗରାମ୍ ଗାଁର ଗୌର ଦାଶ (୬୦) ଏବଂ ବାଲେଶ୍ଵର ଜିଲ୍ଲା ଖଇରା ଥାନା ପଦନା ଗାଁର ରାକେଶ ତିଆଡି (୩୫) ନିଜ ଘର ପାଖ ଚାଷ ଜମିରେ କାମ କରୁଥିବା ବେଳେ ବଜ୍ରପାତ ଯୋଗୁଁ ବିଲରେ ହଠାତ୍ ଟଳି ପଡିଥିଲେ।
ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରି ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଡ଼ାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି। ସେହିପରି ହରିପୁର ଗାଁର ଚଞ୍ଚଳା ବାହାଲିଆ (୪୮) ଚାଷ ଜମିରେ କାର୍ଯ୍ୟ କରୁଥିବା ବେଳେ ବଜ୍ରପାତର ଶିକାର ହୋଇ ଗୁରୁତର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: