Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

Smruti Parija
Browse all articles by Smruti Parija
·1 year ago
ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

କଟକ: କଟକ ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଚେନ୍ନାଇର ଏମଜିଏମ ହସ୍ପିଟାଲ ସହାୟତାରେ ଏସସିବି ମେଡ଼ିକାଲରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ । ଏ ନେଇ ଆଜି ଏସସିବି ମେଡିକାଲର ଭିତ୍ତିଭୂମି ଅନୁଧ୍ୟାନ କରିବା ସହ ସିଟିଭିଏସ୍ ଓପିଡି ଶୁଭାରମ୍ଭ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । 

ଏହି କେନ୍ଦ୍ରରେ ରୋଗୀଙ୍କ ସ୍କ୍ରିନିଂ ସହ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କୁ ଚିହ୍ନଟ କରାଯିବ । ଆସନ୍ତା ୩ ମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ । ଏସସିବି ମେଡ଼ିକାଲର ଡାକ୍ତରଙ୍କ ସହ ଏମଜିଏମ ଟିମ୍ ଡାକ୍ତରମାନେ ସମସ୍ତ ପ୍ରକ୍ରିୟାର ତଦାରଖ କରିଛନ୍ତି । ପୂର୍ବରୁ ଏସସିବି ମେଡିକାଲରେ ଲିଭର, କିଡନୀ ଏବଂ ବୋନମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ସଫଳତାର ସହ କରାଯାଇଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heart transplant to be performed at SCB Medical College within 3 months | Argus News