Videos
|
Odisha

ପୁଣି କଲବଲ କରିବ ତାତି: ହିଟ ଓ୍ବେଭ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

Ritu Das
Browse all articles by Ritu Das
·2 years ago·1 min read
ପୁଣି କଲବଲ କରିବ ତାତି: ହିଟ ଓ୍ବେଭ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଅର୍ଗସ ବ୍ୟୁରୋ: ପୁଣି କଲବଲ କରିବ ତାତି। ରାଜ୍ୟକୁ ପୁଣି ଧିରେ ଧିରେ ଫେରୁଛି ଗରମ। ଆଜିଠାରୁ ୫ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଓ ଆସନ୍ତାକାଲି ବୌଦ୍ଧ, ଅନଗୁଳ, ନୟାଗଡ, ଖୋର୍ଦ୍ଧା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଜଳବାୟୁ ରହିବ।

ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା। ପଶ୍ଚିମା ଝଡ଼ ପ୍ରଭାବ ଅପସରି ଯାଇଥିବାବେଳେ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ।

୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ ୱେଭ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବା ସମ୍ଭାବନା ରହିଛି। କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆଜି ଦିନ ୧୧ଟା ୩୦ ସୁଦ୍ଧା ତାପମାତ୍ରା ହେଉଛି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଚାନ୍ଦବାଲି: 36.8°C
ବାଲେଶ୍ୱର: 36.4°C
ଭୁବନେଶ୍ୱର: 36.2°C
ଗୋପାଳପୁର: 34.6°C
କେନ୍ଦୁଝର: 34°C
ପୁରୀ: 33.8°C
ପାରାଦ୍ୱୀପ: 33.4°C
ଝାରସୁଗୁଡା: 33.4°C
ରାଉରକେଲା: 32.6°C
ସମ୍ବଲପୁର:32.4°C
ହୀରାକୁଦ:32.2°C

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

heat will again | Argus News