Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଘନ କୁହୁଡିରୁ ଏବେ ମିଳିବନି ନିସ୍ତାର

Smruti Parija
Browse all articles by Smruti Parija
·1 year ago·1 min read
ଘନ କୁହୁଡିରୁ ଏବେ ମିଳିବନି ନିସ୍ତାର

Key Points

ଘନ କୁହୁଡିରୁ ଏବେ ମିଳିବନି ନିସ୍ତାର

କାଲି ପର୍ଯ୍ୟନ୍ତ ଆକ୍ତାମାକ୍ତା କରିବ କୁହୁଡି 

ଭୁବନେଶ୍ୱର: ଘନ କୁହୁଡିରୁ ଏବେ ମିଳିବନି ନିସ୍ତାର । କାଲି ପର୍ଯ୍ୟନ୍ତ ଆକ୍ତାମାକ୍ତା କରିବ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୮ ତାରିଖରେ ବି ଘନ କୁହୁଡି ନେଇ କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି ।


ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy-fogg-remain-continuous-for-upcoming-days | Argus News