Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୨୯ରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ

Smruti Parija
Browse all articles by Smruti Parija
·1 year ago·1 min read
୨୯ରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ । ଆସନ୍ତା ୪ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍‌ ଲଘୁଚାପରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର  ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ଅଗ୍ରସର ହେବ । 

ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ୫ ଦିନ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେଓଗଡ଼ର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ସେପଟେ ୨୯ରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ ବିଭାଗ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy-rain-expected-from-august-29 | Argus News