Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆହୁରି ୫ ଦିନ ପ୍ରବଳ ବର୍ଷା

Banajyotshna Ray
Browse all articles by Banajyotshna Ray
·11 months ago·1 min read
ଆହୁରି ୫ ଦିନ ପ୍ରବଳ ବର୍ଷା

Key Points

ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

3 ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ । 3 ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି । ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବ । ଆଜି ଅବପାତ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ପ୍ରଭାବରେ ୫ ଦିନ ବର୍ଷା ହେବ।


ଆଜି ସାରା ରାଜ୍ୟରେ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ବଲାଙ୍ଗୀର, ନୂଆପଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ବେଗରେ ପବନ ବହିବ। ୨୪ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସମୁଦ୍ର ଉପକୂଳ ଅଂଚଳରେ ୪୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain for another five days || Argus News | Argus News