Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାତ୍ୟା ପ୍ରଭାବରେ କାଲିଠୁ ପ୍ରବଳ ବର୍ଷା 

Manini Pattanayak
Browse all articles by Manini Pattanayak
·1 year ago·1 min read
ବାତ୍ୟା ପ୍ରଭାବରେ କାଲିଠୁ ପ୍ରବଳ ବର୍ଷା 

ଭୁବନେଶ୍ୱର:  ବାତ୍ୟା ପ୍ରଭାବରେ 23ରୁ ତିନି ଦିନ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 23 ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ରହିବ । ଏହି 6 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବିଶେଷ କରି 24 ଓ 25 ତାରିଖ ଓଡ଼ିଶା ପାଇଁ ବେଶୀ ଗୁରୁତ୍ବପୂର୍ଣ୍ଣ । ଏହି ଦୁଇ ଦିନ 10ରୁ 30 ସେମି ଯାଏଁ ବର୍ଷା ହୋଇପାରେ । 24 ତାରିଖରେ ଭୀଷଣ ବର୍ଷା ଲାଗି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ । ଏହି 7 ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି ।

ସେହିପରି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । 25 ତାରିଖରେ ବି ଭୀଷଣ ବର୍ଷା ଲାଗି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଏଥିସହ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।  
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain from tomorrow under the influence of storm | Argus News