Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭିଜିବ ଓଡ଼ିଶା, ଆସନ୍ତା 2ରୁ 3 ଦିନ ପ୍ରବଳ ବର୍ଷିବ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଭିଜିବ ଓଡ଼ିଶା, ଆସନ୍ତା 2ରୁ 3 ଦିନ ପ୍ରବଳ ବର୍ଷିବ

ଅର୍ଗସ ବ୍ୟୁରୋ:  ଭିଜିବ ଓଡ଼ିଶା । ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆସନ୍ତା 2ରୁ 3 ଦିନ ମଧ୍ୟରେ ନେବ ଅବପାତର ରୂପ । ଘନୀଭୂତ ହୋଇ ଉତ୍ତର ଦିଗରେ ଗତିକରିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା। ଆଜି ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୨୧ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରାଯାଇଛି ।

ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି।୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ।ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ।ସେଥିପାଇଁ ୮,୯ ଏବଂ ୧୦ ତାରିଖରେ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମନା।ଅବପାତଟି ଉତ୍ତର ଓଡିଶା ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ମୁହାଁ ହେବ ଉପର ମହାନଦୀ ଏବଂ ତଳ ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ହେବ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy rain in odisha | Argus News