Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

Banajyotshna Ray
Browse all articles by Banajyotshna Ray
·2 years ago
ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ: ବର୍ଷାରେ ଭିଜିଲା ରାଜଧାନୀ ସମେତ ଅନେକ ଅଞ୍ଚଳ। ବିଜୁଳି ଘଡ଼ଘଡ଼ି ସହ ହେଲା ବର୍ଷା। ସେପଟେ ଗରମ ଗୁଳୁଗୁଳିରେ କଟିବ ରଜ। ଆଜି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର. ବରଗଡ, ସୋନପୁର ଏବଂ ବୌଦ୍ଧକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ଆଗକୁ ବଢିବାକୁ ବଳ ପାଉନି।

ଏବେ ଦୁଇଟି ଜିଲ୍ଲା କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅଟକି ଯାଇଛି ମୌସୁମୀ। ଆସନ୍ତା ୪ ଦିନ ମଧ୍ୟରେ କାଳବୈଶାଖୀ ବର୍ଷା ବଢିବା ସହ ମୌସୁମୀ ଆଗକୁ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy rain in odisha | Argus News