Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର

ଅର୍ଗସ ବ୍ୟୁରୋ:  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେଉଁଝର, ମୟୁରଭଞ୍ଜ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର,ପୁରୀ, କୋରାପୁଟ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ସକ୍ରିୟ ଥିବାରୁ  ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ସେପଟେ ଆଜିଠାରୁ କମିବ ବର୍ଷାର ପ୍ରଭାବ। ତେବେ ମୌସୁମୀ ସିଜିନରେ ଅର୍ଥାତ୍ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ବାଭାବିକ ଠାରୁ ୨୬ % କମ୍ ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୬ ଜିଲ୍ଲାରେ -୨୦ରୁ -୫୯% ନିଅଣ୍ଟିଆ ବର୍ଷା ହୋଇଛି । ଏବଂ ୧୨ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored