୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା
·1 year ago·1 min read

Key Points
ବର୍ଷାରେ ଭିଜୁଛି ସାରା ରାଜ୍ୟ
୧୨ ଘଣ୍ଟାରେ ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ
୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା
ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି
ବର୍ଷାରେ ଭିଜୁଛି ସାରା ରାଜ୍ୟ । ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପ୍ରଭାବରେ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଘଡ଼ଘଡ଼ି ସହ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ସମ୍ଭାବନା । ଏହା ସହ ପବନର ବେଗ ରହିବ ୩୦ ରୁ ୪୦ କିମି ।
କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଢେଙ୍କାନାଳ, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡଘଡିର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: