ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି
·1 year ago

ଅର୍ଗସ ବ୍ୟୁରୋ: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: