ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା, ଭିଜିବ ରଥଯାତ୍ରା
·2 years ago·1 min read

ଅର୍ଗସ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା । ଭିଜିବ ରଥଯାତ୍ରା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା । ତେବେ ଆଜି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି ଓ କୋରାପୁଟକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ କୋରାପୁଟ, ମାଲକାନଗିରି, କନ୍ଧମାଳ, ଗଂଜାମ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କାରଯାଇଛି । ସେପଟେ ରାଜ୍ୟରେ ୨୫ ପ୍ରତିଶତ ନିଅଁଣ୍ଟିଆ ବର୍ଷା ରେକର୍ଡ ହୋଇଛି । ସେହିପରି ୧୬ ଜିଲ୍ଲାରେ ନିଅଁଣ୍ଟିଆ ବର୍ଷା ହୋଇଥିବା ବେଳେ ମୟୁରଭଞ୍ଜ ଓ ବାଲେଶ୍ବରରେ ଅଧିକ ନିଅଁଣ୍ଟିଆ ବର୍ଷା ରେକର୍ଡ ହୋଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: