Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଗାମୀ ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

Manini Pattanayak
Browse all articles by Manini Pattanayak
·1 year ago
ଆଗାମୀ ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

ଭୁବନେଶ୍ୱର: ଆଗାମୀ ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼କୁ ୟେଲୋ ଜୋନରେ ରଖିଥିବାରୁ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩୧ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବାର ପୂର୍ବାନୁମାନ କରାଯାଉଥିବାରୁ ମତ୍ସ୍ୟଜୀବୀଙ୍କୁ ବି ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain is likely in the state for the next four days | Argus News