Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Odisha

ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·1 year ago·1 min read
ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ କମ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ୭ ସହରରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜୟପୁରରେ ୧୧୬ ମିଲିମିଟର ବର୍ଷା ହୋଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rain is likely | Argus News