Videos
|
Odisha

ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

Ritu Das
Browse all articles by Ritu Das
·1 year ago
ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

Key Points

ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା
ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା
ଆଗାମୀ ୨୪ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ରୁ ୩୫ କିମି ବେଗରେ ବହିପାରେ ପବନ। ଦକ୍ଷିଣ ବାଂଲାଦେଶ ଏବଂ ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
heavy-rain-likely-in-the-state-for-two-days | Argus News