୩୧ ଯାଏ ପ୍ରବଳ ବର୍ଷା: ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
·1 year ago

ଅର୍ଗସ ବ୍ୟୁରୋ: ଆସନ୍ତା ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆଉ ୩ ଦିନ ପ୍ରବଳ ବର୍ଷାହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବର୍ଷାକୁ ଦେଖି ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ୫ଟି ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର। ଏହି ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ତେଣୁ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ କରିଦିଆଯାଇଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: