ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା , ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

Key Points
ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା
ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା
ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମକୁ ସତର୍କ ସୂଚନା
ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ । ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବା ଯୋଗୁଁ ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୩ ତାରିଖରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।