Videos
|
Odisha

ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ ଓ୍ଵେଭ ସ୍ଥିତି ନାହିଁ 

Smruti Parija
Browse all articles by Smruti Parija
·2 years ago·1 min read
ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ ଓ୍ଵେଭ ସ୍ଥିତି ନାହିଁ 

ଭୁବନେଶ୍ୱର:  ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ଘଡଘଡି ସହିତ ପବନ ହେବାର ସମ୍ଭାବନା ରହିଛି । ଏନେଇ କେତେକ ଜିଲ୍ଲାକୁ ମଧ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ତେବେ ୪୮ ଘଣ୍ଟା ଅର୍ଥାତ ୧୬ ତାରିଖ ଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ସହିତ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । 

ତେବେ ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ ଓ୍ଵେଭ ସ୍ଥିତି ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଦୁର୍ବଳ ଘୂର୍ଣ୍ଣିବଳୟ କ୍ଷେତ୍ର ଯୋଗୁଁ ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ-ପଶଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ନିକୋବର ଦ୍ଵୀପପୁଞ୍ଜ ଛୁଇଁବ । 
ତେବେ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଯାଇ ଏହା ଓଡ଼ିଶାରେ କେବେ ପ୍ରବେଶ କରିବ ତାହା ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।

ଆହୁରି ପଢନ୍ତୁ ପାଣିପାଗ ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
heavy-rainfall-and-lightening-expected-for-next-two-days | Argus News