Videos
|
Odisha

ଅବପାତ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ମାଲକାନଗିରିରେ ସର୍ବାଧିକ ୨୫୩ ମି.ମି ବର୍ଷା ରେକର୍ଡ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଅବପାତ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ମାଲକାନଗିରିରେ ସର୍ବାଧିକ ୨୫୩ ମି.ମି ବର୍ଷା ରେକର୍ଡ

ଅର୍ଗସ ବ୍ୟୁରୋ:  ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୨୫୩ ମିଲିମିଟର ବର୍ଷା ରେକର୍ଡ । ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀକୁ  ବୌଦ୍ଧ, ବଲାଙ୍ଗୀର, କୋରାପୁଟକୁ ଆଜି ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି  । ଆଗାମୀ ୨ଦିନ ପାଇଁ ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳ କରିଛି ପାଣିପାଗ ବିଭାଗ ।  କାଲି କମିପାରେ ବର୍ଷାର ପରିମାଣ । ୧୧ ତାରିଖ ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସ ବୁ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି । ଲଗାଣ ବର୍ଷାକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ. ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ। ଏହି ସମୀକ୍ଷା ବୈଠକରେ ଅନ୍ୟ ବରିଷ୍ଠ କର୍ମଚାରୀ ମଧ୍ୟ ସାମିଲ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: