Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·11 months ago·1 min read
ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ

Key Points

ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ହେଲା-ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ।

ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲା କୁ ପ୍ରବଳ ବର୍ଷା । ଏଥିସହ ହଳଦିଆ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହିତ ଘଣ୍ଟାପ୍ରତି ଝଟକା ପବନ 30-40 କିଲୋମିଟର ବେଗରେ ବହିବ । ଏହା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ହେଲା-ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ।


ରାଜ୍ୟର ଏସବୁ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ଜନିତ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆରବ ସାଗର ପଟରୁ ଓଡିଶା ଆଡ଼କୁ ଜଳୀୟବାଷ୍ପ ପ୍ରବାହିତ ହେଉଥିବା ବେଳେ, ଦକ୍ଷିଣ ବାଂଲାଦେଶ ଏବଂ ତାହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ସ୍ରୁଷ୍ଟି ଘୂର୍ଣ୍ଣିବଳୟ ଉତ୍ତର ଆଡକୁ ଗତି କରିଛି। ଯାହାର ପ୍ରଭାବରେ ରାଜ୍ୟରେ ପ୍ରଭାବିତ ହେଉଥିବା ଜଳୀୟବାଷ୍ପ ଫଳରେ ଅନେକ ସ୍ଥାନ ସହିତ ଉତ୍ତର ଆଭ୍ୟନ୍ତରଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ବିଭାଗ I

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rains for next 24 hours, yellow alert for 20 districts | Argus News