Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୨୩ ଯାଏଁ ପ୍ରବଳ ବର୍ଷା, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Swoyang prajna Mishra
Browse all articles by Swoyang prajna Mishra
·12 months ago·1 min read
୨୩ ଯାଏଁ ପ୍ରବଳ ବର୍ଷା, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Key Points

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ମୌସୁମୀ ଦୁର୍ବଳ ଥିବାରୁ ବାୟୁମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପର ପ୍ରତିକ୍ରିୟାଶୀଳତା ବୃଦ୍ଧି ଯୋଗୁ ରାଜ୍ୟରେ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଏପଟେ ଉତ୍ତର ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ଏକ ନିମ୍ନଚାପ ରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy rains till 23rd, yellow warning issued for 11 districts | Argus News