Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ:  ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭାରି ବର୍ଷା ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବା ସହ 12 ଘଣ୍ଟା ମଧ୍ୟରେ ସଦୃଶ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ଆଗାମୀ 12 ଘଣ୍ଟା ମଧ୍ୟରେ ବିସ୍ତୃତ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ ତଥା ବାଲେଶ୍ଵର ଓ ଭଦ୍ରକ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୭୨.୧ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy to heavy rain in odisha | Argus News