Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ

Odisha

ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ

Manini Pattanayak
Browse all articles by Manini Pattanayak
·1 year ago·1 min read
ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର:  ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ କଳିଙ୍ଗପଟ୍ଟନମ ଠାରୁ ୮୦ କିମି, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି ଅବପାତ। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ସେହିପରି ନୂଆପଡ଼ା,  କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୨୪. ୯ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଥିବା  ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍କ କରାଯାଇଛି।   

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy to very heavy rain is likely in South Odisha today | Argus News