Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଗାମୀ 2 ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ! 

Manini Pattanayak
Browse all articles by Manini Pattanayak
·2 years ago·1 min read
ଆଗାମୀ 2 ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ! 

ଭୁବନେଶ୍ୱର : ଆଗାମୀ 2 ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨  ଦିନ ରାଜ୍ୟରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଷା ହେବା। ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ୭ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା। ସେହିପରି ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ,  ବରଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର  ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୧୧ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହେବ। ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ  ବିଭାଗ। 


ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗି ରହିବ। ସେହିପରି ଆସନ୍ତାକାଲି ପାଇଁ ୩ ଜିଲ୍ଲା ମୟୁରଭଞ୍ଜ,  କେନ୍ଦୁଝର ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆଗାମୀ ୩ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ପୁଣି  ଜୁଲାଇ ୩ ତାରିଖ ପରଠାରୁ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy to very heavy rain is likely in the state for the next 2 days. | Argus News