Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା

Ritu Das
Browse all articles by Ritu Das
·2 years ago·1 min read
ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ: ରାଜ୍ୟରେ ଜାରି ରହିଛି ବର୍ଷା। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା। ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ବିଶେଷ କରି ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। 

୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାୟଗଡ଼ା, କଳାହାଣ୍ଡି, ଗଜପତି,କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଓ ୨୪ ଜିଲ୍ଲାରେ ବିଜୁଳି ଘଡଘଡି ସହ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ଓ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ୧୮୧.୬ ମିମି ବର୍ଷା ରେକର୍ଡ ହେବା କଥା କିନ୍ତୁ ରେକର୍ଡ ହୋଇଛି ୧୧୧.୧ ମିମି । ୩୯ ପ୍ରତିଶତ ନିଅଣ୍ଟିଆ ରହିଛି। ତେବେ ଚଳିତ ସିଜନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ୪ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ୨୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।
ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା କୋରାପୁଟ ଜିଲ୍ଲା କୋଟପାଡ଼ରେ ୧୫୨.୦ ମିମି ବର୍ଷା ରେକର୍ଡ଼ ହୋଇଥିବା ବେଳେ କନ୍ଧମାଳର  ଜି.ଉଦୟଗିରିରେ ୧୦୯.୬ ମିମି, ଭୁବନେଶ୍ବରରେ ୨୧.୩ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Sponsored
Heavy to | Argus News