ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ: ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ପ୍ରଭାବରେ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା। ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ମାଲକାନଗିରି, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି।
ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ। ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
📱 Get Argus News App
✨ଅଧିକ ପଢ଼ନ୍ତୁ ପାଣିପାଗ ଖବର