Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆସନ୍ତା ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

Key Points

ସମ୍ପୂର୍ଣ୍ଣ ରାଜ୍ୟକୁ ଛୁଇଁଲା ମୌସୁମୀ
ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜି ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସମ୍ପୂର୍ଣ୍ଣ ରାଜ୍ୟକୁ ଛୁଇଁଲା ମୌସୁମୀ । ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ଅତ୍ୟଧିକ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।


ସେହିଭଳି ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା କାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଗୋଟେ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ସମ୍ବଲପୁର, କେଉଁଝର, ଝାରସୁଗୁଡ଼ା, ଯାଜପୁର, ବାଲେଶ୍ଵର, ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅକାଳ ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Heavy to very heavy rainfall in the next 3 days in odisha | Argus News