ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Key Points
ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ବହିବ ଝଟକା ପବନ
୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଆଜି ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ବୋହିବ ଝଟକା ପବନ । ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କତା ଜାରି ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ସୂଚନା ।
ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି । କିନ୍ତୁ ସୋସିଆଲ ମିଡିଆରେ ଚାଲିଥିବା ବାତ୍ୟା ସୃଷ୍ଟିର କୌଣସି ସମ୍ଭାବନା ନାହିଁ । IMD କୌଣସି ବାତ୍ୟା ସୃଷ୍ଟିର ପୂର୍ବାନୁମାନ କରିନାହିଁ