Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Key Points

ସକ୍ରିୟ ଲଘୁଚାପ ଓ ମୌସୁମୀ ବର୍ଷାରେ ଭିଜୁଛି ଓଡ଼ିଶା

ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସକ୍ରିୟ ଲଘୁଚାପ ଓ ମୌସୁମୀ ବର୍ଷାରେ ଭିଜୁଛି ଓଡ଼ିଶା । ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ସକାଳ ସାଢେ ୮ଟା ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା- ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର । ସେହିପରି ବରଗଡ଼, ସୋନପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।


ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟରେ ୬ ଦିନ ବର୍ଷା ସମ୍ଭାବନା ରହିଛି । ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୧୦୭.୩ ମିଲିମିଟର ବର୍ଷା ରେକର୍ଡ଼ ହୋଇଛି I ଗତ କିଛି ଦିନ ହେବ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଯାହା ପ୍ରଭାବରେ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିପାରିଛି।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
heavy-to-very-heavy-rainfall-likely-in-the-state-till-22nd | Argus News