Videos
|
Odisha

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ 

Manini Pattanayak
Browse all articles by Manini Pattanayak
·2 years ago·1 min read
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ 

ପୁରୀ:  ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନିତି । ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ମହାଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇପଡିଛନ୍ତି । ଆଜି ସନ୍ଧ୍ୟା ଆଳତୀ ପରେ ବିମାନରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତଙ୍କ ଦ୍ବାରା  କର୍ପୂର ବନ୍ଦାପନା, ବଳିତା ବନ୍ଦାପନା, ଚାଉଳ ବନ୍ଦାପନା ଇତ୍ୟାଦି କରିବେ । ସନ୍ଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିଏ।

ମହାପ୍ରଭୁଙ୍କ ଭେଟ ନ ପାଇ ରାଗରେ ଅଭିମାନ କରିବେ ମା ମହାଲକ୍ଷ୍ମୀ। ରାଗ ଜର୍ଜରିତ ହୋଇ ମହାଲକ୍ଷ୍ମୀ ନାକଚଣା ଦ୍ବାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ। ଏହାପରେ ଅଭିମାନୀନି  ମହାଲକ୍ଷ୍ମୀ ନନ୍ଦିଘୋଷ ରଥର ଚକ ଭାଙ୍ଗି, ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ। ଏହାପରେ ତିନିରଥକୁ ଦକ୍ଷିଣମୋଡ କରି ମହାପ୍ରଭୁ ବାହୁଡାଯାତ୍ରା ପାଇଁ ନିର୍ଦ୍ଦେଶ ମିଳିବ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Herapachami will be held in the temple today in puri | Argus News