Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆୟକର ପଞ୍ଝାରେ ହଂସିତାଙ୍କ ପ୍ରକୃତ ସ୍ବାମୀ

Odisha

ଆୟକର ପଞ୍ଝାରେ ହଂସିତାଙ୍କ ପ୍ରକୃତ ସ୍ବାମୀ

Smruti Parija
Browse all articles by Smruti Parija
·1 year ago·2 min read
ଆୟକର ପଞ୍ଝାରେ ହଂସିତାଙ୍କ ପ୍ରକୃତ ସ୍ବାମୀ

Key Points

ଆୟକର ପଞ୍ଝାରେ ହଂସିତାଙ୍କ ପ୍ରକୃତ ସ୍ବାମୀ । ଖଣ୍ଡଗିରି ନିକଟରୁ ହଂସିତାଙ୍କ ପ୍ରଥମ ସ୍ବାମୀଙ୍କୁ ଧରିଲା ଆୟକର ବିଭାଗ ।

ଭୁବନେଶ୍ୱର: ଆୟକର ପଞ୍ଝାରେ ହଂସିତାଙ୍କ ପ୍ରକୃତ ସ୍ବାମୀ । ଖଣ୍ଡଗିରି ନିକଟରୁ ହଂସିତାଙ୍କ ପ୍ରଥମ ସ୍ବାମୀଙ୍କୁ ଧରିଲା ଆୟକର ବିଭାଗ । ହଂସିତାଙ୍କ ପ୍ରଥମ ସ୍ବାମୀ ଶରୋଜ ସାହୁ । ହଂସିତା ଗିରଫ ଖବର ପରେ ଭୁବନେଶ୍ବରରେ ପହଞ୍ଚିଥିଲେ ଶରୋଜ । ହଂସିତାଙ୍କୁ ଜେଲରେ ମଧ୍ୟ ଭେଟିଥିଲେ ଶରୋଜ । ଶରୋଜ ଗଞ୍ଜାମର ଜଣେ ବ୍ୟବସାୟୀ ହୋଇଥିବା ସୂଚନ ରହିଛି । ହଂସିତାଙ୍କ ଠକେଇ କାରବାରର ମୁଖ୍ୟ ନାୟକ ଥିଲେ ଶରୋଜ ।


ରାଜଧାନୀରୁ ହାଇପ୍ରୋଫାଇଲ ଠକ ଦମ୍ପତି ଅଭିଯୁକ୍ତ ଅନିଲ ମହାନ୍ତି ଏବଂ ହଂସିତାଙ୍କ କମ୍ପାନି ଉପରେ ଆୟକର ବିଭାଗ ରେଡ୍ କରିଥିଲା । ଏକାସାଙ୍ଗେ ୧୦ଟି ସ୍ଥାନରେ ରେଡ୍‌ କରିବା ସହ ବିଭିନ୍ନ କାଜଗପତ୍ର ଏବଂ ଆକାଉଣ୍ଟ ଟ୍ରାଞ୍ଜାକ୍ସନର ଯାଞ୍ଚ ମଧ୍ୟ କରିଥିଲା ଆୟକର ଟିମ୍‌ । ଏହାବ୍ୟତୀତ ଅନିଲଙ୍କ ନୟାପଲ୍ଲୀ ସ୍ଥିତ ପୈତୃକ ଘର, ମଞ୍ଚେଶ୍ବରରେ ଥିବା ଅଫିସ ,ଏମ୍‌ସ୍ ନିକଟରେ ଥିବା ପତ୍ନୀଙ୍କ ଘରେ ମଧ୍ୟ ଚଢାଉ ହୋଇଥିଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସୂଚନାଯୋଗ୍ୟ ଯେ, ପୂର୍ବତନ ଏମ୍‌ପି ତଥା ଏକ ବଡ଼ ଏନ୍‌ଜିଓ ସଂସ୍ଥା ମାଲିକ ମଧ୍ୟ ହଂସିକାଙ୍କ ଶିକାର ହୋଇଥିଲେ । ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଝିଅ ଓ ଜ୍ୱାଇଁ ଭାବି ଏନ୍‌ଜିଓ ସଂସ୍ଥା ମାଲିକ ହଂସିକା ଓ ଅନିଲଙ୍କୁ ଆତିଥ୍ୟ ଦେଇଥିଲେ । ଏନ୍‌ଜିଓ ସଂସ୍ଥାକୁ ୫୦ କୋଟି ଡୋନେସନ୍‌ କରାଇ ଦେବାକୁ କହିଥିଲେ ହଂସିକା । କିଛିଦିନ ପରେ ଡୋନେସନ୍‌ କରାଇ ଦେଇଥିଲେ । ସେଥିପାଇଁ ହଂସିକା ୨୦% କମିଶନ ମାଗିଥିଲେ । ହେଲେ ଏନ୍‌ଜିଓ ସଂସ୍ଥା ମାଲିକ ମନା କରିଥିଲେ । ହଂସିକା ତାଙ୍କୁ ଫଟୋ ଓ ଭିଡିଓ ଦେଖାଇ ବ୍ଲାକ୍‌ମେଲିଂ କରିଥିଲେ । ଉପାୟ ନପାଇ ଏନ୍‌ଜିଓ ସଂସ୍ଥା ମାଲିକଙ୍କ କର୍ମଚାରୀ ଏତଲା ଦେଇଥିଲେ । ଏହାପରେ ପୁଲିସ୍‌ ଦୁଇ ଜଣଙ୍କୁ ଗିରଫ କରିଥିଲା ।


Sponsored
high-profile-fraud-case-in-odisha-it-dept-arrested-hansita-abhilipsas-real-hausband | Argus News