Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ HMPV ଭୂତାଣୁ ଚିହ୍ନଟ ହୋଇନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ରାଜ୍ୟରେ HMPV ଭୂତାଣୁ ଚିହ୍ନଟ ହୋଇନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଅର୍ଗସ ବ୍ୟୁରୋ:  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା HMPV ଭୂତାଣୁ ଚିହ୍ନଟ ହୋଇନାହିଁ । କେହି ସଂକ୍ରମିତ ହୋଇଥିବା ରିପୋର୍ଟ ଆସିନାହିଁ । ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ଯେତିକି HMPV ଭୂତାଣୁ ପରୀକ୍ଷା ପାଇଁ ଯାଇଛି, ସବୁ ନେଗେଟିଭ୍ ଆସିଛି । ଏଥିପାଇଁ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି । ସାଧାରଣ ଥଣ୍ଡା ଜ୍ବର ଭଳି ଏହାର ଲକ୍ଷଣ । ଏହି ସିଜିନରେ ସାଧାରଣ ଭାବେ ଥଣ୍ଡା ଜ୍ବର ହୁଏ, କିନ୍ତୁ ରୋଗୀ ସଂଖ୍ୟା ଏତେ ଅଧିକ ହୋଇନାହିଁ, ତେଣୁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।


କୋଭିଡ-୧୯ ମହାମାରୀ ପରେ ଏବେ HMPV ଭାଇରସକୁ ନେଇ ସାରା ବିଶ୍ୱରେ ପଶିଛି ଛନକା। ଚୀନ୍‌ରେ ଏହି ଜୀବାଣୁ କାୟା ମେଳାଇବାରେ ଲାଗିଛି। ଏବେ ଭାରତରେ ମଧ୍ୟ ଏହି ଭାଇରାସ ଏଣ୍ଟ୍ରି ମାରିଛି। ଚିହ୍ନଟ ହୋଇଛି ପ୍ରଥମ ସଂକ୍ରମିତ। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଓଡିଶାରେ ଏହା ଚିହ୍ନଟ ହୋଇନାହିଁ। ବେଙ୍ଗାଲୁରୁର ଏକ ହସ୍ପିଟାଲରେ ୮ ମାସର ଛୁଆ ଦେହରେ HMPV ଜୀବାଣୁ ଚିହ୍ନଟ ହୋଇଛି।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କର୍ଣ୍ଣାଟକର ସ୍ୱାସ୍ଥ୍ୟ ବିଭାଗ କହିଛି ଯେ ଆମେ ଏହାକୁ ଆମ ଲ୍ୟାବରେ ପରୀକ୍ଷା କରିନାହୁଁ। ଏକ ଘରୋଇ ଡାକ୍ତରଖାନାରେ ଏହି ମାମଲାର ଏକ ରିପୋର୍ଟ ଆସିଛି। ଘରୋଇ ଡାକ୍ତରଖାନାର ଏହି ରିପୋର୍ଟ ଉପରେ ସନ୍ଦେହ କରିବାର କୌଣସି କାରଣ ନାହିଁ।


ଅଧିକ ପଢ଼ନ୍ତୁ ଓଡିଶା ଖବର:

Sponsored
HMPV virus not detected in the state: health director | Argus News