Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍

Smruti Parija
Browse all articles by Smruti Parija
·11 months ago·2 min read
ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍

Key Points

ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ
ରବିବାର ବି ଖୋଲାରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ । ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।


ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ଜିଲ୍ଲାର ସବୁ ଅଧିକାରୀ ଓ କର୍ମଚାରୀ ହେଡକ୍ବାର୍ଟରରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରବିବାର ବି ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସାରା ରାଜ୍ୟରେ ଲଘୁଚାପ ବର୍ଷା ଜାରି ରହିଥିବାବେଳେ ଅନେକ ସ୍ଥାନରେ ସ୍ଥିତି ବେହାଲ୍ ହୋଇପଡିଛି । ରାଜ୍ୟରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅବପାତରେ ପରିଣତ ହୋଇଛି ଲଘୁଚାପ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ବର୍ଷା ପାଇଁ କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାକି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ୫ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସେପଟେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଅଧିକ ପାଣି ଜମିବା ନେଇ ସତର୍କ କରାଇଛି ଜଳସମ୍ପଦ ବିଭାଗ ।


ମାଲକାନଗିରିରେ ପାହାଡ଼ ଧସିଥିବାବେଳେ ବ୍ରିଜ୍ ଉପରେ ଚାଲୁଛି ବନ୍ୟା ପାଣି । ଏଥିସହ କୋରୁକୋଣ୍ଡାରେ ୧୮ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ରହିଛି । ସେହିପରି କଣ୍ଟାମାଳ ଓ ବିନିକାରେ ବି ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଗାମୀ ୨୪ ଘଣ୍ଟା ପ୍ରବଳ ବର୍ଷା ପାଇଁ ୨ ଜିଲ୍ଲାକୁ ରେଡ୍ ଓ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏସଆରସି ।

Sponsored
holidays-cancelled-in-all-government-offices-in-cuttack-district | Argus News