ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିରର ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : ମହାପ୍ରଭୁଙ୍କୁ ଦର୍ଶନ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମଙ୍ଗଳ ଆଳତୀ ପରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ । ଦର୍ଶନ ପରେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଶ୍ରୀମନ୍ଦିର ଚତୁର୍ପାର୍ଶ୍ବର ସ୍ଥିତି ପରଖିଲେ । ଅନେକ ପ୍ରତୀକ୍ଷାର ଅନ୍ତ ଘଟିବା ସହ ଭକ୍ତଙ୍କ ଇଚ୍ଛା ପୂରଣ ହେଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ଆଜି ସକାଳ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରର ୪ ଦ୍ବାର ଖୋଲା ଯାଇଥିଲା ।
ଅଧିକ ପଢନ୍ତୁ : ପ୍ରତୀକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିରର ୪ ଦ୍ବାର
ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଗୁରୁବାର ସକାଳେ ମଙ୍ଗଳ ଆଳତି ପରେ ଉକ୍ତଙ୍କ ପାଇଁ ଖୋଲିଛି ପୁରୀ ଶ୍ରୀମନ୍ଦିରର ୪ ଦ୍ବାର। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକ ସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଥିଲେ। ଏହି ନିଷ୍ପତ୍ତି ଅନୁଯାୟୀ, ଗୁରୁବାର ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ।