ରଥଯାତ୍ରାରେ ବଦଳିବ ଏହି ୫ରାଶିର ଭାଗ୍ୟ

Key Points
ଆଜି ପବିତ୍ର ରଥଯାତ୍ରା
ସବୁ ରାଶି ପାଇଁ ଆଜି ଶୁଭ ସଙ୍କେତ
ମେଷ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ସ୍ଥାପନ ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍ ଭାବେ ଚଳାଇନେଇ ପାରିବେନାହିଁ। ଅଟକିଥିବା କାର୍ୟ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପ୍ରେମ ଜୀବନ ଭଲ ରହିବ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଜମି କ୍ରୟ କରି ଖୁସି ରହିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ । କୈାଣସି କଥାକୁ ନେଇ ଅଧିକ ଭାବୁକ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ସମସ୍ୟା ସୁଧାରିନେବା ପାଇଁ ପ୍ରଯତ୍ନ କରି ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହୋଇପାରନ୍ତି। ଆଲୋଚନା ସମୟରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟିହେତୁ ତାହା ମାନସିକ ଅଶାନ୍ତିର କାରଣ ହୋଇପାରେ। କୌଣସି ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ସାମାଜିକ ସ୍ତରରେ ବିବାଦୀୟ ପରିସ୍ଥିତିରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରିନେବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ଘରକଥା ବୁଝିବାକୁ ସମୟ ପାଇବେନାହିଁ। କଚେରି ମାମଲା ମନ୍ଥର ହେବା ଯୋଗୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ସାଂସ୍କୃତିକ କାର୍ୟ୍ୟକ୍ରମରେ ନିଜକୁ ସାମିଲ୍ କରିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବ୍ୟପାର ବୃର୍ତିରେ ପ୍ରଗତି ହେବ । ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।ସହକର୍ମୀଙ୍କ ସହିତ ଟଙ୍କାପଇସାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ପରାମର୍ଶ କାମକୁ ଆସିବ। ଜମିଜମା କାରବାରରେ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ଆୟନୀ , ଅଦାଲତରେ ଜଡିତ ରହିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନ ଲାଭର ଯୋଗ ଅଛି । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଆରୋଗ୍ୟଲାଭ, ପାରିବାରିକ ଶାନ୍ତି ସହ ବ୍ୟବସାୟ ସନ୍ତୋଷଜନକ ରହିବ। ସହକର୍ମୀ କିମ୍ବା ଆତ୍ମୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇଯିବେ। ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସା ମିଳିବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ୟ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର ଆଶଙ୍କା ରହିଛି। ଆର୍ଥିକ ସମସ୍ୟା ସୁଧାରିବା ସକାଶେ ବିଭିନ୍ନ ଯୋଜନା କରି ସଫଳତା ପାଇବେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ। ବ୍ୟବସାୟିକ ସଫଳତା ମିଳିବ। କର୍ମକ୍ଷେତ୍ରରେ ଫାଇଲ କାମ ବଢ଼ିଯାଇ ପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ