|
logo
Live

Argus News - ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Odisha

ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Swayangprajna Mishra
Browse all articles by Swayangprajna Mishra
·1 year ago
ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ ସମିତି ସଭାଗୃହରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଆସବାବପତ୍ର। ସୂଚନା ଅନୁସାରେ ଗତ କାଲି ବିଳମ୍ବିତ ରାତି ପ୍ରାୟ ୩ ଟା ସମୟରେ ବିଦ୍ୟୁତ ସଟସର୍କିଟ ଘଟି ପଞ୍ଚାୟତ ସମିତି ସଭାଗୃହ ଠାରେ ନିଆଁ ଲାଗିଥିଲା। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଅଳ୍ପ ସମୟ ମଧ୍ୟରେ ସମ୍ପୂର୍ଣ୍ଣ ସଭାଗୃହ ଜଳିପୋଡି ପାଉଁଶ ହୋଇଯାଇଛି।

ଅଧିକ ପଢନ୍ତୁ : ତୀର୍ଥଯାତ୍ରୀ ବସରେ ନିଆଁ , ୮ ଜୀବନ୍ତ ଦଗ୍ଘ

ସଭାଗୃହ ମଧ୍ୟରେ ଥିବା ଦୁଇଟି ଏସି, ଚାରୋଟି ହ୍ୟାଙ୍ଗିଙ୍ଗ ଫ୍ୟାନ, କୋଡିଏ ରୁ ଉର୍ଦ୍ଧ ଚେୟାର, ଓ ସଭାଗୃହ ଛାତ ସିଲିଂ ନିଆଁରେ ଜଳି ଯାଇଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କରେ ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି | Argus News