ହାୱଡା- ମୁମ୍ବାଇ ମେଲ ଟ୍ରେନ ଦୁର୍ଘଟଣା: ଆଖିବୁଜିଲେ ୨ ଓଡ଼ିଆ
·1 year ago

ଅର୍ଗସ ବ୍ୟୁରୋ: ହାୱଡ଼ା-ମୁମ୍ବାଇ ମେଲ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଘଟଣାସ୍ଥଳରେ ଦୁଇ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ୨୫ରୁ ଅଧିକ ଗୁରୁତର ହୋଇଛନ୍ତି। ହାୱଡା – ମୁମ୍ବାଇ ଏକ୍ସପ୍ରେସ ଚକ୍ରଧରପୁର ମଣ୍ଡଳ ଅନ୍ତର୍ଗତ ରାଜଖରସୁଆଁ ନିକଟରେ ଲାଇନଚ୍ୟୁତ ହୋଇଛି।
୨ ମୃତକ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଅଞ୍ଚଳର ବୋଲି ଜଣାପଡ଼ିଛି। ଦୁଇଜଣଙ୍କ ମୃତ୍ୟୁକୁ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି। ଜଣେ ମାଲଗୋଦାମ ଅଞ୍ଚଳର ଓ ଅନ୍ୟଜଣେ ରେଲଓ୍ବେ କଲୋନୀର ବୋଲି ଜଣାପଡ଼ିଛି।
ଆଜି ଭୋର୍ ୩ଟା ୪୫ମିନିଟରେ ଏକ ମାଲବାହୀ ଟ୍ରେନ୍କୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଛି ଟ୍ରେନ୍। ରେଳବାଇ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ଘଟଣାସ୍ଥଳରେ ଆରପିଏଫ୍ ଓ ରେଲୱେ ଅଧିକାରୀ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର