ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ - ଧର୍ମେନ୍ଦ୍ର ପ୍ରଧାନ

Key Points
- • ମହେଶ୍ୱର ମହାନ୍ତିଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ବହୁତ ଘନିଷ୍ଠ ଥିଲା
- • ମୁଁ ତାଙ୍କ ଠାରୁ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାର ସମ୍ମାନଜନକ “ଉତ୍କଳମଣି ଗୋପବନ୍ଧୁ ପ୍ରତିଭା - ୨୦୦୩” ପୁରସ୍କାର ଗ୍ରହଣ କରିଥିଲି, ତାଙ୍କ ସହ ଥିବା ମୋର ସ୍ମୃତି ସ୍ମରଣୀୟ ହୋଇରହିବ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।
ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ସବୁ ଦିନ ପାଇଁ ମନେରହିବ । ଅମର ଆତ୍ମାର…
— Dharmendra Pradhan (@dpradhanbjp) November 7, 2023
📱 Get Argus News App
✨ମହେଶ୍ୱର ମହାନ୍ତିଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ବହୁତ ଘନିଷ୍ଠ ଥିଲା । ମୁଁ ତାଙ୍କ ଠାରୁ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାର ସମ୍ମାନଜନକ “ଉତ୍କଳମଣି ଗୋପବନ୍ଧୁ ପ୍ରତିଭା - ୨୦୦୩” ପୁରସ୍କାର ଗ୍ରହଣ କରିଥିଲି । ତାଙ୍କ ସହ ଥିବା ମୋର ସ୍ମୃତି ସ୍ମରଣୀୟ ହୋଇରହିବ ।
ମହେଶ୍ୱର ମହାନ୍ତିଙ୍କ ଦେହାନ୍ତ, ଶୋକ ବ୍ୟକ୍ତ କଲେ ମନମୋହନ ଓ ଜୟ ନାରାୟଣ ମିଶ୍ର
ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ଓ ତାଙ୍କର ସାଂଗଠନିକ ଦକ୍ଷତା ସବୁ ଦିନ ପାଇଁ ମନେରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।