Videos
|
Odisha

ମୁଁ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ନୁହେଁ, ଓଡ଼ିଆରେ ଚିଠି ଲେଖିବି: ପ୍ରଧାନମନ୍ତ୍ରୀ

Ritu Das
Browse all articles by Ritu Das
·2 years ago·2 min read
ମୁଁ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ନୁହେଁ, ଓଡ଼ିଆରେ ଚିଠି ଲେଖିବି: ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ମୁଁ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ନୁହେଁ, ଓଡ଼ିଆରେ ଚିଠି ଲେଖିବି। ଏଭଳି କଟାକ୍ଷ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀ କିଛି କଳାକାରଙ୍କ କଳାକୃତିକୁ ନେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକଥା କହିଛନ୍ତି। ସେ କହିଛନ୍ତି, ଏଠାକାର ବିଜେଡି ସରକାର ମହିଳାଙ୍କ ହିତକୁ ଗୁରୁତ୍ୱ ଦେଉନାହାନ୍ତି। 

ବିଜେପି ସରକାର ମହିଳା ସଶକ୍ତିକରଣ ପାଇଁ ପ୍ରତିବଦ୍ଧ। ସୁଭଦ୍ରା ଯୋଜନା ଓଡ଼ିଶାର ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ। ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବ ବିଜେପି ସରକାର। ଠିକ୍ ସେହିପରି ୭୦ ବର୍ଷରୁ ଅଧିକ ବୟସ୍କଙ୍କ ଚିକିତ୍ସା ଖର୍ଚ୍ଚ ମାଗଣାରେ ହେବ। ତେଣୁ  ଓଡ଼ିଶାରେ ଏଥର  ବିଜେପି ସରକାର ହେବା ବହୁତ ଜରୁରୀ। ୧୦ ବର୍ଷରେ ଓଡ଼ିଶାକୁ ସାଢେ ୩ ଲକ୍ଷକୋଟିରୁ ଅଧିକ ଟଙ୍କା ଦେଇଛି କେନ୍ଦ୍ର ସରକାର।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁରରେ ଆୟୋଜିତ ବିଶାଳ ସଭାରେ ଆହୁରି କହିଛନ୍ତି, ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି। ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି।ମୋଦୀ ସରକାର ମାଗଣା ଚାଉଳ ଦେଉଛି, ଏଠାକାର ବିଜେଡି ସରକାର ସେଥିରେ ନିଜ ଫଟୋ ଛାପୁଛି। ନିଜେ ବିଜେଡି ସରକାର କିଛି କରିନାହାନ୍ତି, ତେଣୁ ଏଭଳି ବେଇମାନୀ କରିବାକୁ ପଡୁଛି। ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିପାରୁନି। ବିଜେଡି ସରକାର ଏଠାରେ ଆୟୁଷ୍ମାନ ଯୋଜନା ଲାଗୁ କରାଉନାହାନ୍ତି। ଲୋକଙ୍କୁ ଚିକିତ୍ସା ମିଳିନପାରିବାର ଦୋଷୀ ଏଠାର ବିଜେଡି ସରକାର।

ଗତ ୫୦ ବର୍ଷ ଧରି କଂଗ୍ରେସ ଏବଂ ୨୫ ବର୍ଷ ଧରି ବିଜେଡି ସରକାର ଅଛି। ଓଡିଶା ପାଖରେ ଭରପୁର ପାଣି ଅଛି, ଖଣିଜ ପଦାର୍ଥ ମଧ୍ୟ ଅଛି। ଏତେ ଲମ୍ବା ସମୁଦ୍ର ତଟ ବି ଅଛି । ହେଲେ ଏହାପରେ ବି, ଏତେ ଧନୀଶାଳୀ ଓଡ଼ିଶା କାହିଁକି ଗରିବ ରହିଗଲେ ବୋଲି ମୋଦୀ ପ୍ରଶ୍ନ କରିଛନ୍ତି। ଓଡ଼ିଶା ଧନୀ, କିନ୍ତୁ ଲୋକ ଗରିବ। ପ୍ରଥମେ କଂଗ୍ରେସ ଓ ତା ପରେ ବିଜେଡି ନେତାଙ୍କ ଲୁଟ୍ ଏହାର କାରଣ। ବିଜେଡିର ଛୋଟ ଛୋଟ ନେତା ବି ବଡ଼ ବଡ଼ ବଙ୍ଗଳାର ମାଲିକ ହେଇସାରିଲେଣି। ମୁଖ୍ୟମନ୍ତ୍ରୀଙ୍କ କ୍ଷେତ୍ରରୁ ସବୁଠୁ ଅଧିକ ଲୋକ ଦାଦନ ଖଟୁଛନ୍ତି। ଏଠାକାର ଅଧିକାଂଶ ଡାକ୍ତରଖାନାରେ ଡାକ୍ତର ପଦ ଖାଲି । ପିଲାମାନେ ଅଧାରୁ ପାଠ ଛାଡୁଛନ୍ତି । ହିଞ୍ଜିଳିରେ ଶୀତଳ ଭଣ୍ଡାର ମଧ୍ୟ ନାହିଁ । ମୋଦୀ ଓଡିଶାର ବିକାଶ ପାଇଁ ବଜେଟ କେବେ କମ୍ କରିନି ବୋଲି କହିଛନ୍ତି ମୋଦୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ରାଜନୀତି ଖବର