Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଓ୍ବିଣ୍ଡିର ଆକଳନ ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା

Odisha

Odisha Weather Alert / ଓ୍ବିଣ୍ଡିର ଆକଳନ ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା

Ritu Das
Browse all articles by Ritu Das
·5 months ago·2 min read
ଓ୍ବିଣ୍ଡିର ଆକଳନ ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା

Key Points

ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତର ରୂପ ନେବାର ସମ୍ଭାବନା ରହିଛି I
ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ। ୱିଣ୍ଡିର ଆକଳନ ଅନୁସାରେ ଓଡ଼ିଶାକୁ ହିଟ୍ କରିପାରେ ବାତ୍ୟା। ଡିସେମ୍ବର ୧ରେ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ସେପଟେ ଶୁକ୍ରବାର ଦକ୍ଷିଣ - ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତର ରୂପ ନେବାର ସମ୍ଭାବନା ରହିଛି I ପରବର୍ତ୍ତୀ 48 ଘଣ୍ଟାରେ ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇପାରେ । ଏହା ପ୍ରଭାବରେ, ଓଡ଼ିଶାରେ ଚାରି ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ନଭେମ୍ବର ୨୫ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।



ଏହାସହ ପଢ଼ନ୍ତୁ: ଶୀତରେ ବି ପ୍ରବଳ ବର୍ଷିବ, ପାଣି ମାଡ଼ି ଆସିବ !

ମାଲାକ୍କା ସମୁଦ୍ର ସନ୍ଧି ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୁର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେଇପାରେ। ପରବର୍ତ୍ତୀ ସମୟରେ ବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ସ୍ପଷ୍ଟତା ଆସିପାରେ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ। ସେପଟେ ଆଣ୍ଡାମାନ-ନିକୋବରରେ ଆଗାମୀ 2 ଦୁଇ ଦିନ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ପୋର୍ଟବ୍ଲେୟାରରେ ଏଥିପାଇଁ 3 ନଂ ବିପଦ ସଙ୍କେତ ଜାରି ହୋଇଥିବା ବେଳେ ସ୍ଥାନୀୟ ଲୋକ ଓ ପର୍ଯ୍ୟଟକଙ୍କୁ ସତର୍କ ରହିବାକୁ କୁହାଯାଇଛି।

ଏହାସହ ପଢ଼ନ୍ତୁ: ଜନାବ-ଏ-ଅଲି'ରେ ଓଡ଼ିଶା ପୁଅର ନୃତ୍ୟ ଦେଖି ହ୍ରିତିକ୍ ଦିଓ୍ବାନା: କହିଲେ ଚମତ୍କାର ଲିଟଲ ଓ୍ବାନ

ଆମେରିକୀୟ ପାଣିପାଗ ମଡେଲ୍ GFS ଅନୁମାନ କରିଛି, ନଭେମ୍ବର ୨୬ କିମ୍ବା ୨୭ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ଏହା ୨୯ ନଭେମ୍ବର ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ସେହିପରି ୟୁରୋପୀୟ ମଡେଲ ECMWF ପୂର୍ବାନୁମାନ କରିଛି, ନଭେମ୍ବର ୨୫ ବେଳକୁ ବାତ୍ୟା ସୃଷ୍ଟି ହୋଇପାରେ । ଯଦି ଏହା ବାତ୍ୟା ହୁଏ, ତେବେ ଏହାର ନାଁ ରହିବ ସେନ୍ୟାର ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
IMD Predicts Possible Cyclone Impact on Odisha | Argus News