Heavy Rain / ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ, ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି କଲା IMD
·2 hours ago·2 min read

Key Points
ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ଵର: ସମୁଦ୍ର ପତ୍ତନ ଉପରେ ସକ୍ରିୟ ରହିଛି ମୌସୁମୀ ଟ୍ରଫ୍ । ଯାହାକି ଗଙ୍ଗାନଗର, ଗ୍ଵାଲିୟର, ଜାମଶେଦପୁର, ଦୀଘା ଦେଇ ଦକ୍ଷିଣପୂର୍ବଦିଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଦେଇ ସମୁଦ୍ର ପତ୍ତନର ୭.୬ କିମି ଉପରେ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଦିଗକୁ ଢଳି ରହିଛି ।
ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ପାଇଁ ପାଗ ଅନୁକୂଳ ରହିଛି । ଯାହାର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା ।
ଏଥିସହ ପଢ଼ନ୍ତୁ: ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା,ଆଲର୍ଟ ଜାରି
ଆଜି ଶୁକ୍ରବାର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଯାହାକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି । କାଳବୈଶାଖୀ ବର୍ଷା ବେଳେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦ କିମି ପର୍ଯ୍ୟନ୍ତ ରହିପାରେ ।
ଅଶାନ୍ତ ରହିବ ସମୁଦ୍ର
ସେପଟେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଅଗଷ୍ଟ ୭ ଓ ୮ ତାରିଖରେ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପ୍ରବାହିତ ହୋଇପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ୨ ଦିନ ସମୁଦ୍ର ବାରଣ କରାଯାଇଛି ।
ଆଜି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଦିଆଯାଇଛି । ସେହିଭଳି ବାଲେଶ୍ଵର, ଭଦ୍ରକ, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, କଟକ, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଜପତି, ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥିସହ ପଢ଼ନ୍ତୁ: ଆକାଶରେ ୩୫୦୦ କିମିର ବିଶାଳ ମେଘମାଳା, ଆସୁଛି ବିପଦ!
ରାଜ୍ୟରେ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ କାଳବୈଶାଖୀ ଗତିବିଧି ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ରହିପାରେ ।

All India weather warning during next 7 days#WeatherWarning #Monsoon2026 pic.twitter.com/zk4L4jLGo5
— India Meteorological Department (@Indiametdept) August 7, 2026
ଅଶାନ୍ତ ରହିବ ସମୁଦ୍ର
ସେପଟେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଅଗଷ୍ଟ ୭ ଓ ୮ ତାରିଖରେ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପ୍ରବାହିତ ହୋଇପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ୨ ଦିନ ସମୁଦ୍ର ବାରଣ କରାଯାଇଛି ।
ଆଜି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଦିଆଯାଇଛି । ସେହିଭଳି ବାଲେଶ୍ଵର, ଭଦ୍ରକ, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, କଟକ, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଜପତି, ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥିସହ ପଢ଼ନ୍ତୁ: ଆକାଶରେ ୩୫୦୦ କିମିର ବିଶାଳ ମେଘମାଳା, ଆସୁଛି ବିପଦ!
ରାଜ୍ୟରେ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ କାଳବୈଶାଖୀ ଗତିବିଧି ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ରହିପାରେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories