ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ , ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା

Key Points
ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ
ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା
ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବାର ସମ୍ଭାବନା ଅଛି । ପୂର୍ତ୍ତ, ଜଳସମ୍ପଦ, ନଗର ଉନ୍ନୟନ ଏବଂ ଆଇନ ବିଭାଗର ପ୍ରସ୍ତାବ ଆସିପାରେ । ସେପଟେ ରାଜ୍ୟରେ ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଛନ୍ତି।
ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ ବୋଲି କହିଛନ୍ତି ମୋହନ । ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ ପଦବୀ ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।