Videos
|
Odisha

ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ

Rashmita Mishra
Browse all articles by Rashmita Mishra
·1 year ago·1 min read
ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ

Key Points

ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ

ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ବୈଠକ

ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ। ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସଦଭାବନା ଗୃହରେ ସ୍ୱତନ୍ତ୍ର ବୈଠକ। ପୁରୀ ଏସପି, ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ । ବ୍ରହ୍ମଗିରି ଅଲାରନାଥ ସେବାୟତ ମଧ୍ୟ ବୈଠକରେ ସାମିଲ । ଅଣସର ସମୟରେ ଅଲାରନାଥଙ୍କ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ ନେଇ ଆଲୋଚନା ।

ଆସନ୍ତା ଜୁନ୍‌ ୧୧ ତାରିଖରେ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ତାପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଡାକିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏସ୍‌ପି , ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଅଲାରନାଥ ସେବାୟତ ସାମିଲ ଥିଲେ। ବୈଠକରେ ମହାପ୍ରଭୁଙ୍କ ଅଣସର ନୀତି ସମୟରେ ପ୍ରଭୁ ଅଲାରନାଥଙ୍କ ମନ୍ଦିରରେ କିପରି ଶୃଙ୍ଖଳିତ ନୀତିକାନ୍ତି ହେବ, ସେନେଇ ଆଲୋଚନା ହୋଇଛି ।

ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଭକ୍ତଙ୍କ ସୁରକ୍ଷା ପାଇଁ ପୋଲିସ ଫୋର୍ସ ସହ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
important-meeting-chaired-by-puri-district-collector-for-orderly-bathing-procession | Argus News