Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ

Smruti Parija
Browse all articles by Smruti Parija
·1 year ago
ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଉତ୍ତର । ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ ରହିଛି । 

ଗବେଷଣା କହୁଛି ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ । ରାଜ୍ୟରେ ତାଳ ଗଛ ଲଗାଇବାକୁ ୭ କୋଟି ଟଙ୍କା ବନ ବିଭାଗକୁ ଦିଆଯାଇଛି । ତାଳଗଛ ଲଗାଇବାକୁ ସବୁ ବିଧାୟକ ସଚେତନତା ସହ ସହଯୋଗ କରନ୍ତୁ ବୋଲି କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
In the last 5 years, 1103 people died due to lightening in Odisha | Argus News