Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Ritu Das
Browse all articles by Ritu Das
·1 year ago·1 min read
ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ବୈଠକରେ ସମସ୍ତ ଜିଲାପାଳ ଓ ଉପସ୍ଥିତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲାରେ ତାପମାତ୍ରା ଅଧିକ ରହୁଛି ।


ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା SOP ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲାପାଳମାନେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଆବଶ୍ୟକସ୍ଥଳେ SOP ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
in-view-of-the-increasing-heat-wave-in-the-state-morning-schools-will-be-closed-from-april-2 | Argus News