|
logo
Live

Argus News - ସେବାୟତ ପରିବାରର ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷ ରୁ ୫ ଲକ୍ଷକୁ ବୃଦ୍ଧି

Odisha

ସେବାୟତ ପରିବାରର ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷ ରୁ ୫ ଲକ୍ଷକୁ ବୃଦ୍ଧି

Smruti Parija
Browse all articles by Smruti Parija
·2 years ago·1 min read
ସେବାୟତ ପରିବାରର ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷ ରୁ ୫ ଲକ୍ଷକୁ ବୃଦ୍ଧି

ଭୁବନେଶ୍ବର:  ଶ୍ରୀମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯାଇଛି । ଏହି ସବୁ କଲ୍ୟାଣ ଯୋଜନା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକାରୀ କରାଯାଉଛି । 

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅନେକ ଥର ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେବାୟତମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତାଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ସେବାୟତମାନଙ୍କ କଲ୍ୟାଣ ପାଇଁ ଏହି ନିଷ୍ପତ୍ତି ନେଇଛନ୍ତି ।

ଘୋଷଣା ଅନୁଯାୟୀ ଶ୍ରୀ ଜଗନ୍ନାଥଙ୍କ ସେବାୟତ ଓ ତାଙ୍କ ପରିବାର ପାଇଁ ଉଦ୍ଦିଷ୍ଟ ସ୍ୱାସ୍ଥ୍ୟ ବୀମା ଯୋଜନାରେ ପୂର୍ବରୁ ଦିଆଯାଉଥିବା ବୀମା ରାଶି ପରିମାଣକୁ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଗୁରୁତର ରୋଗର ଚିକିତ୍ସା ପାଇଁ ଅତିରକ୍ତ ୫ ଲକ୍ଷ ଟଙ୍କା ସହାୟତା ଦିଆଯିବ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେହିଭଳି ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା NEET, JEE ଓ Civil Service Coaching ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ। 

ସେବାୟତମାନଙ୍କୁ ଦିଆଯାଉଥିବା ବିଭିନ୍ନ ବର୍ଦ୍ଧିତ ଭତ୍ତା, ସ୍ୱାସ୍ଥ୍ୟ ବୀମା ରାଶି, କୋଚିଂ ସହାୟତା ଓ ଅନ୍ୟାନ୍ୟ ସହାୟତା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଯୋଗାଇ ଦେଇଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Sponsored
ସେବାୟତ ପରିବାରର ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷ ରୁ ୫ ଲକ୍ଷକୁ ବୃଦ୍ଧି | Argus News