Videos
|
Odisha

ଆଶାକର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

Ritu Das
Browse all articles by Ritu Das
·2 years ago·1 min read
ଆଶାକର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

ଅର୍ଗସ ବ୍ୟୁରୋ: ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଆଶା କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ ।

ସୂଚନାଯୋଗ୍ୟ ଯେ ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି। ଏହା ସହିତ ଟୀକାକରଣ ଓ Institutional Delivery କ୍ଷେତ୍ରରେ ମଧ୍ୟ ଆଶା କର୍ମୀମାନେ ଗୁରୁ ଦାୟିତ୍ୱ ବହନ କରିଆସୁଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Increase in monthly | Argus News